ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଇଣ୍ଡୋର ହଲ ପରିସରରେ ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ 116 ତମ ଜୟନ୍ତୀ ଓ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇ ଯାଇଛି। ଜିଲ୍ଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହ ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ ଓ ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଇଥିଲେ। ପ୍ରତି ବର୍ଷ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି।