Site icon Awaj Media

ଗଜପତି ଜିଲ୍ଲା ବିଜେପି ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ମହାନ ଜନନାୟକ ଭାରତ ରତ୍ନ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଫଟଚିତ୍ରରେ ପୁଷ୍ପ ମାଲ୍ୟ।ର୍ପଣ କରି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କାଶୀନଗର ବ୍ଲକର ଅଧ୍ୟକ୍ଷ ସି.ଏଚ ସୀମାଦ୍ରୀ, ପୂର୍ବତନ ପୌର ପରିଷଦ ଅଧ୍ୟକ୍ଷ ନୃସିଂହ ଚରଣ ପଟ୍ଟନାୟକ, ଚିତି ବାବୁ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପି.ଲତା, ପୂର୍ବତନ କାଉନସିଲର କେ. ପୁଣ୍ୟବତୀ, ଜିଲ୍ଲା ସାଧାରଣ ସଂପାଦକ ଜଗନ୍ନାଥ ମହାପାତ୍ର,ବରିଷ୍ଠ ବିଜେପି କର୍ମୀ ବାବୁନା ବେହେରା, ପ୍ରଶାନ୍ତ କୁମାର ପାଳ ପ୍ରମୁଖ ଉପସ୍ଥିତ ରହି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଫଟଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ କୋଭିଡ଼ି19 ନିୟମ ଅନୁଯାୟୀ ସାମାଜିକ ଦୂରତା ରକ୍ଷା କରି ଓ ମାସ୍କ ପିନ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Exit mobile version