ଗଜପତି ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଵର୍ଗତ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଆଜି ମହାନ ଜନନାୟକ ଭାରତ ରତ୍ନ ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି . ଜିଲ୍ଲା କଂଗ୍ରେସ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା, ବାବୁଲି ସାହୁ, ସଞ୍ଜୟ ଅଧିକାରୀ, ଈଶ୍ୱର ମାଝୀ ପ୍ରମୁଖ ଉପସ୍ଥିତ ରହି ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ପ୍ରଣବ ମୁଖାର୍ଜୀଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ଦୁଇ ମିନିଟ ନିରବ ପ୍ରାର୍ଥନା କରି ଥିଲେ। କୋଭିଡ଼ି19 ନିୟମ ଅନୁଯାୟୀ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ରକ୍ଷା କରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Leave a Reply

Your email address will not be published. Required fields are marked *