ଜିଲ୍ଲା ବିଜେପି ପକ୍ଷରୁ ପୂର୍ବତନ ଜିଲ୍ଲା ଉପ-ସଭାପତିଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି !!!

Spread the love

ଗଜପତି (ଆୱାଜ ମିଡ଼ିଆ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ପୂର୍ବତନ ଭାଜପା ଜିଲ୍ଲା ଉପସଭାପତି ସ୍ବର୍ଗତ ଉଦୟ ନାଥ ମହାକୁଡ଼ଙ୍କୁ ଜିଲ୍ଲା ବିଜେପି ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସେ ଜଣେ ସ୍ଵଚ୍ଛ , ନିଷ୍ଠାପର କର୍ମୀ ଥିଲେ ଓ ବିଜେପି ସଂଗଠନକୁ ସୁଦୃଢ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବୋଲି ମତ ପ୍ରକାଶ ପାଇଥିଲା। ଏହି କାର୍ଯ୍ୟକ୍ରମରେ କାଶୀ ନଗର ବ୍ଲକ ଅଧ୍ୟକ୍ଷ ସିଏଚ ସୀମାଦ୍ରୀ, ପୂର୍ବତନ ପାରଳା ପୌର ପରିଷଦ ଅଧ୍ୟକ୍ଷ ନୃସିଂହ ଚରଣ ପଟ୍ଟନାୟକ, ବରିଷ୍ଠ ବିଜେପି ନେତା ଚିଟିବାବୁ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ। ପି.ଲତା, ପୂର୍ବତନ କାଉନସିଲର କେ.ପୁଣ୍ୟବତୀ, ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ଜଗନ୍ନାଥ ମହାପାତ୍ର, ବରିଷ୍ଠ ବିଜେପି ନେତା ବାବୁନା ବେହେରା, ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ କୁମାର ପାଳ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ପ୍ରଦାନ ପୂର୍ବକ ସ୍ଵର୍ଗତ ଉଦୟନାଥ ମହାକୁଡ଼ଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *