Site icon Awaj Media

ଯାଜପୁରରେ ଦାୟିତ୍ୱ ନେଲେ ନୂତନ ଜିଲ୍ଲାପାଳ

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଆଦିତ୍ୟ ମହାନ୍ତି : ଯାଜପୁର ଜିଲ୍ଲାର ୨୧ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଚକ୍ରବର୍ତ୍ତୀ ସିଂ ରାଠୋର। ସୋମବାର ମା ବିରଜାଙ୍କ ମନ୍ଦିର ବାହାରେ ମା ଙ୍କୁ ପ୍ରଣାମ କରି ଆଶୀର୍ବାଦ କାମନା କରିଥିଲେ ଶ୍ରୀ ରାଠୋର। . ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ। ଶ୍ରୀ ରାଠୋର ଏହା ପୂର୍ବରୁ ବ୍ରହ୍ମପୁର ମୁନିସିପାଲ କର୍ପୋରେସନର କମିଶନର ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳଙ୍କ ଦାୟିତ୍ଵ ଗ୍ରହଣ ସମୟରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନାୟକଙ୍କ ସହ ଆଇଏଏସ୍ ପ୍ରୋବେସନର ସଚିନ ପାୱାର, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗ ନଗର ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲାପାଳ ଙ୍କ ସ୍ୱତନ୍ତ୍ର ଅଧିକାରୀ କୁଳମଣି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ ଯାଜପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ରଂଜନ କୁମାର ଦାସଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ଅତିରିକ୍ତ ସଚିବ ଭାବେ ବଦଳି କରାଯିବ ପରେଶ୍ରୀ ରାଠୋର ନୂତନ ଜିଲ୍ଲାପାଳ ଭାବେ ଯୋଗଦାନ କରିଛନ୍ତି .

Exit mobile version