Site icon Awaj Media

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ : ୪୦ରୁ ଉର୍ଦ୍ଧ୍ୱ ୟୁନିଟ୍ ରକ୍ତ ସଂଗ୍ରହ !!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ସଞ୍ଜୀବ ଡାକୁଆ : ନୟାଗଡ ଜିଲ୍ଲା ନୂଆଗାଁ ରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜିତ । କରୋନା ମହାମାରୀ କାୟା ବିସ୍ତାର କରିବାରେ ଲାଗିଥିବା ବେଳେ ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ଗ୍ରାମ ପଞ୍ଚାୟତ ରେ କୋରଡ଼ା ଓ ସୋରଡ଼ା ପଞ୍ଚାୟତ ବିଜେଡି ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଛି । ଏହି ଶିବିର କୁ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହିତ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷ ପୁଷ୍ପାଞ୍ଜଳି ସାହୁ, ବିଡ଼ିଓ ପ୍ରମୋଦ କୁମାର ଦଳ ବେହେରା, ସ୍ଥାନୀୟ ସରପଞ୍ଚ ଗୋଲାପ ନାୟକ, ସ୍ଥାନୀୟ ସମିତି ସଭ୍ୟ ,ବିଜେଡ଼ି ବ୍ଲକ୍ ସଭାପତି ସନାତନ ସାମଲ, ନୂଆଗାଁ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ, ପୂର୍ବତନ ସରପଂଚ ଗୋଲଖ ଗୋଚ୍ଛାୟତ, ପୂର୍ବତନ ସମିତି ସଭ୍ୟ ସୁବ୍ରତ ମିଶ୍ର, ସମାଜସେବୀ ଦାମୋଦର ସାହୁ, ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ କୁମାର ଦଳ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଏହି ରକ୍ତଦାନ ଶିବିରରେ ୪୦ ରୁ ଉର୍ଦ୍ଧ୍ୱ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି ।

Exit mobile version