ଗଜପତି ଜିଲ୍ଲା ବିଜେଡି କାର୍ଯ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଠାରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ବିଜେଡି ସଭାପତି ପ୍ରଦୀପ ନାୟକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେଡି ନେତା ବସନ୍ତ ଦାସ, ଲକ୍ଷ୍ମୀକାନ୍ତ ପରିଚ୍ଛା, ଅନ୍ତର୍ଯ୍ୟାମୀ ଗମାଙ୍ଗୋ, ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜ, ସୂର୍ଯ୍ୟ ନାରାୟଣ ରାଜଗୁରୁ, ପ୍ରଶାନ୍ତ ପାତ୍ର, ସଂଯୁକ୍ତା ବେହେରା ପ୍ରମୁଖ ଉପସ୍ଥିତ ରହି ମହାତ୍ମା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ଥିଲେ । ଏହି କାର୍ଯ୍ୟକ୍ରମଟି ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପରିଧାନ କରି ଅନୁଷ୍ଠିତ ହୋଇଥିଲା ।

Leave a Reply

Your email address will not be published. Required fields are marked *