Site icon Awaj Media

ମା’ ଫାଉଣ୍ଡେସନର ସାହି ସବୁଜିମା କାର୍ଯ୍ୟକ୍ରମ !!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ମା ଫାଉଣ୍ଡେସନ ର ସମ୍ପାଦକ ରଞ୍ଜନ ରଶ୍ମୀ ଜେନା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସାହି ସବୁଜିମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼କୁ ସବୁଜ ସୁନ୍ଦର କରିବା ଲକ୍ଷ୍ୟରେ ଆଜି ୧୧ ନମ୍ବର ଓ୍ବାର୍ଡରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ । ଅନ୍ୟତମ ଅତିଥି ଭାବେ ଜିଲ୍ଲା ବନଖଣ୍ଡ ଅଧିକାରୀ ଏଚ. ଡି .ଧନରାଜ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ସୂଚନା ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ, ପୈାର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସାମ୍ବାଦିକ ରାମକୃଷ୍ଣ ରଥ , ବଣିକ ସଂଘ ସଭାପତି ଜାନକୀବଲ୍ଲଭ ଜେନା ପ୍ରମୁଖ ସୂଚାରୁ ରୂପେ ପରିଚାଳନା କରିଥିଲେ ।

Exit mobile version