ଗଜପତିରେ ପୁଣି 6 ଜଣ କରୋନା ପଜିଟିଭ ଚିହ୍ନଟ !!

0
252
Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଧୀରେ ଧୀରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଜିଲ୍ଲାରେ ପୁଣି 6 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅନୁପମ ସାହା । ଗୁମ୍ମା ବ୍ଲକରୁ 2 ଜଣ, ପାରଳା ପୌର ପରିଷଦରୁ ଜଣେ, ଆର.ଉଦୟଗିରି ବ୍ଳକରୁ 3 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମଆସୋଲେସନ ଏବଂ ଅନ୍ୟ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ / କୋଭିଡ କେୟାରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here