ନୂତନ ସଂରକ୍ଷଣ ନୀତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସାଂସଦ ଚନ୍ଦ୍ର ଶେଖର ସାହୁ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସରକାରୀ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ମେଡ଼ିକାଲ ଓ ବୈଷୟିକ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ସରକାର ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସାଂସଦ ଚନ୍ଦ୍ର ଶେଖର ସାହୁ . ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅତିଥି ରୂପେ ଯୋଗ ଦେଇ ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ନିଜ ବକ୍ତବ୍ୟରେ କୃତଜ୍ଞତା ପ୍ରକାଶ କରିଥିଲେ . ସରକାରୀ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ର ଛାତ୍ରୀ ମେଡ଼ିକାଲ ଓ ବୈଷୟିକ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣର ବ୍ୟବସ୍ଥା ଓଡ଼ିଶା ସରକାର ଗ୍ରହଣ କରିଥିବା ଓ ଏହା ମନ୍ତ୍ରୀ ମଣ୍ଡଳ ବୈଠକରେ ଗୃହୀତ ହୋଇଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ ଜଣାଇବା ଉଦ୍ଦେଶ୍ୟରେ ଏକ ସମାଗମ ଅନୁଷ୍ଠିତ ହୋଇଥିଲା । ପ୍ରଧାନ ଶିକ୍ଷକ ଡ଼.ବୃଷକେତୁ ଦାସଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଭିଭାବକ, ଶିକ୍ଷକ,ଶିକ୍ଷୟିତ୍ରୀଙ୍କ ସମାବେଶରେ ମହାରାଜା ଙ୍କ ବାଳିକା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଦାନଶିକ୍ଷକ ଜି.ସୁଦର୍ଶନ ରାଓ, ମହେନ୍ଦ୍ରଗିରି ହାଇସ୍କୁଲ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ପାରଳାଖେମୁଣ୍ଡି ଉପ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ବିଜ୍ଞାନ ନିରୀକ୍ଷକ ସାତ୍ଵିକ କୁମାର ପଟ୍ଟନାୟକ, ରାଜଜେମା କଲ୍ୟାଣି ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣାରେ ସମାବେଶରେ ସାଧୁବାଦ ଅର୍ପଣ କରାଯାଇଥିଲା । ପ୍ରଧାନଶିକ୍ଷକ ଡ଼.ବୃଷକେତୁ ଦାସ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ଜଗନ୍ନାଥ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ମହାରାଜା ବାଳକ ବିଦ୍ୟାଳୟର ଶିକ୍ଷକ କର୍ମଚାରୀ ଗଣ ସମାବେଶ ପରିଚାଳନାରେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *