ସୁନ୍ଦରଗଡ଼ ଦମ୍ପତ୍ତିଙ୍କ ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 21ତମ ଶିଶୁକୁ ଜିଲ୍ଲାପାଳ ଅନୁପମ ସାହା ସୁଦୂର ସୁନ୍ଦରଗଡ଼ର ଦମ୍ଫତ୍ତି ଙ୍କୁ ହସ୍ତାନ୍ତର କରିଛନ୍ତି . ଲକଡ଼ାଉନ ଏବଂ ସଟଡାଉନ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କ ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକ ମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମ ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତୀ ସମୟରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହା ଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେ କୌଣସି ଦମ୍ଫତ୍ତିଙ୍କ ପାଖକୁ ଯାଇପାରିବ । ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା ।

ପରବର୍ତ୍ତୀ ସମୟରେ ମାସ ମାସ ଧରି ସନ୍ତାନ ପାଇଁ ଅନଲାଇନ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ଫତ୍ତି ମାନଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ . ଉପରୋକ୍ତ ଦମ୍ଫତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ । ତା ପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପ୍ରସ୍ତୁତ କରିଥିଲେ । ପରବର୍ତ୍ତୀ ମୁହୂର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଶିଶୁଟିକୁ ସୁନ୍ଦରଗଡ଼ର ଦମ୍ଫତ୍ତିଙ୍କୁ ହସ୍ତାନ୍ତର କରିଦିଆ ଯାଇଥିଲା । ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଶିଶୁଟିକୁ ପାଇ ଦମ୍ଫତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତି ସଭ୍ୟା ଶ୍ରୀମତୀ ଅଳକା ସାହୁ, ନିଶାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *