ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସର୍ବଭାରତୀୟ ଗଣତନ୍ତ୍ର ସଂଗଠନର ଓଡିଶା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି . ଅନଲାଇନ୍ ରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ପାରଳାଖେମୁଣ୍ତି ସ୍ଥିତ ମହାରାଜାଙ୍କ ବାଳିକା ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ବୈଶାଳୀ ପାଣିଗ୍ରାହୀ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି . ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟରେ ରାଜ୍ୟ ଗଣତନ୍ତ୍ର ଛାତ୍ର ସଂଗଠନର ସଭ୍ୟ ଶିବାନୀ ମିଶ୍ର କୃତୀ ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ . ଏହି ବିରଳ କୃତିତ୍ୱ ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଓ ଅନ୍ୟାନ୍ୟ ଶିକ୍ଷକ ତଥା ଶିକ୍ଷୟତ୍ରୀ ବୈଶାଳୀ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି .
ରାଜ୍ୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ବୈଶାଳୀଙ୍କ କୃତିତ୍ୱ !!!

