ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈସିଣି ସମାଜ ସଭାଗୃହ ଠାରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ ହୋଇଯାଇଛି । ଗୁରୁ ଗୌରବ ଗୌରଚନ୍ଦ୍ର ପଣ୍ଡା ପ୍ରଦୀପ ପ୍ରଜ୍ଜଳନ କରି ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ . ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ସ୍ୱର୍ଣ୍ଣପ୍ରଭା ପାଠୀ , ପ୍ରାରମ୍ଭିକ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିଲା ।
ପରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଉପରେ ଆଲୋଚନା ହୋଇଥିଲା , ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଭାଗବତ ପାଢ଼ୀ, ବିଚିତ୍ରା ନନ୍ଦ ବେବର୍ତ୍ତା, ସରୋଜ କୁମାର ପଣ୍ଡା, ଆଶାଲତା ପାଣିଗ୍ରାହୀ, ବିନୋଦ ଚନ୍ଦ୍ର ଜେନା, ଗୁରୁ ଗୌରବ ଗୌରଚନ୍ଦ୍ର ପଣ୍ଡା ପ୍ରମୂଖ ବ୍ୟକ୍ତି ବିଶେଷ . ଅତିଥିମାନେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ବକ୍ତବ୍ୟ ରଖିଥିଲେ । ସଭାପତି ଙ୍କ ଅଭିଭାଷଣ ପରେ ସୁକାନ୍ତି ରାଣୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ ।