Site icon Awaj Media

ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଉଦଘାଟିତ !

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଉଦଘାଟିତ ହୋଇ ଯାଇଛି । ଏହି ଉତ୍ସବକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ । ଅନ୍ୟତମ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଅନୁପମ ସାହା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ମହେଶ ଚୌଧୁରୀ, କାଶୀନଗର ବ୍ଳକ ଅଧ୍ୟକ୍ଷ ସି.ଏଚ.ସୀମାଦ୍ରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କୈଳାଶ ଚନ୍ଦ୍ର ସାମନ୍ତରାୟ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀନିବାସ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କୈଳାସ ଚନ୍ଦ୍ର ସାମନ୍ତ ରାୟ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଆସନ୍ତା 19 ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମତ୍ସ ଅଧିକାରୀ, ଜିଲ୍ଲା କୃଷି ଉପ ନିର୍ଦ୍ଦେଶକ, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ, ବିଭିନ୍ନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିବା ସହ ବିଭିନ୍ନ ବ୍ଳକରୁ ଚାଷି ଉପସ୍ଥିତ ଥିଲେ ଏବଂ କୃଷି ସମ୍ପର୍କିତ ବିଭିନ୍ନ ଷ୍ଟଲ ଖୋଲା ଯାଇଛି ।

Exit mobile version