Site icon Awaj Media

ଢେଙ୍କାନାଳ ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ !!

Spread the love

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ସହରର ରଥଗଡା ଠାରେ ଅବସ୍ଥିତ ଟାଉନ ହଲ ପରିସରରେ ଢେଙ୍କାନାଳ ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ମହୋଦୟ ଦୀପ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ । ଏହି ବୈଠକରେ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ପ୍ରସନ୍ନ ପଟନାୟକ, ସମ୍ପାଦକ ସତ୍ୟସରୁପ ଦାସ, ଜିଲ୍ଲାପାଳ ଭୁମେଶ ଚନ୍ଦ୍ର ବେହେରା ଏବଂ ଜିଲ୍ଲା ପ୍ରକଳ୍ପ ଅଧିକାରୀ ନରୋତ୍ତମ ବେହେରାଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିଥିଲେ । ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଅବସରରେ ପରିଚାଳନା କମିଟିର ବିଭିନ୍ନ କର୍ମକର୍ତ୍ତା ମାନଙ୍କୁ ମନୋନୀତ କରାଯିବା ସହ ସମ୍ମାନୀତ କରା ଯାଇଥିଲା ।

Exit mobile version