Site icon Awaj Media

ବିଦ୍ୟାଳୟରେ ପୋଷାକ ବିତରଣ ଓ ଦଶମ ଶ୍ରେଣୀର ଉତ୍ତମ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ରଣପୁର ବିଧାୟକ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀର ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ . ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ଏଥି ସହ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ, ସମ୍ମାନିତ ଅତିଥି ଭାବେ ମୋ ସ୍କୁଲ କମିଟିର ସଭାପତି ନବକିଶୋର ରାୟ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଧବ ଚନ୍ଦ୍ର ପ୍ରଧାନ, ସୂର୍ଯ୍ୟ ନାରାୟଣ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା ସଭାପତିତ୍ୱ କରିଥିଲେ l ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀ ମାନେ କିପରି ଆହୁରି ଭଲ ରେଜଲ୍ଟ କରିବେ ସେ ନେଇ ବିଧାୟକ ଶ୍ରୀ ପ୍ରଧାନ ଓ ତହସିଲଦାର ଶ୍ରୀ ସାମନ୍ତରାୟ ପିଲାମାନଙ୍କୁ ବିଭିନ୍ନ ଉପଦେଶ ଦେଇଥିଲେ l ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବିତରଣ କରାଯାଇଥିଲା l କୋଭିଡ଼ ଗାଇଡ଼ ଲାଇନ ଅନୁଯାୟୀ ଛାତ୍ରଛାତ୍ରୀ ମାନଙ୍କ ପରିବର୍ତ୍ତେ ସେମାନଙ୍କ ଅଭିଭାବକଙ୍କୁ ପୋଷାକ ଦିଆ ଯାଇଥିଲା l ବିଧାୟକ ରଣପୁର ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଥିବାରୁ ପିଲାମାନଙ୍କୁ ଉତ୍ସହିତ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ କପ ଦେଇ ଭଲ ରେଜଲ୍ଟ କରିବା ପାଇଁ ପ୍ରେରଣା ଦେଇଥିଲେ l ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ ଏହି କାର୍ଯ୍ୟରେ ସହଯୋଗ କରିଥିଲେ l

Exit mobile version