ଜଗତସିଂହପୁର ( ଆୱାଜ ମିଡ଼ିଆ ) – ସୁନିଲ କୁମାର ଲେଙ୍କା : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ଼ଃ ବାବା ସାହେବ ଆମ୍ବେଦକରଙ୍କ 130 ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପର୍ କରା ଯାଇଥିଲା । ମୁଖ୍ୟ ଅତିଥି ଭାବରେ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗ ଦେଇଥିଲେ ।
ପରେ ଶାରଳା ଦାସ ସଂସ୍କୃତି ଭବନ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ସଭାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ, ଓଡିଶା କାଜୁ ନିଗମ ଅଧକ୍ଷ ଅମରେନ୍ଦ୍ର ଦାସ, ଆରକ୍ଷୀ ଅଧିକ୍ଷକ ପ୍ରକାଶ ଆର, ଅତିରିକ୍ତ ଜିଲ୍ଲାପାଳ , ଉପ-ଜିଲ୍ଲାପାଳ ପ୍ରମୁଖ ଯୋଗଦେଇ ବାବା ସାହେବ ଆମ୍ବେଦକର ଜଣେ ଏକାଧାରରେ ଅର୍ଥନୀତିଜ୍ଞ, ଆଇନ ବିଶାରଦ, ଭାରତର ସାମାଜିକ ଓ ସାଂସ୍କୃତିକ ଆନ୍ଦୋଳନକୁ ଏକ ନୂଆ ଦିଗ ଦେଇଥିଲେ ବୋଲି ମତ ପ୍ରତିପାଦନ କରିଥିଲେ ।