Site icon Awaj Media

ଓଡ଼ିଶା ମୋ ପରିବାର – ଜୀବନବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀ ନଗର ବ୍ଳକର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଶୁଭ ଉଦଘାଟନ କରିଥିଲେ । ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁର ସଂଯୋଜିକା ଇନ୍ଦିରା ପଟ୍ଟନାୟକଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଶିବିରରେ 31 ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।

କାଶୀନଗର ବ୍ଳକ ବିଜେଡି ସଭାପତି ଆର .ରାମ ପ୍ରସାଦ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ କାଶୀନଗର ପୂର୍ବତନ ଅଧ୍ୟକ୍ଷ। ସୁଧାରାଣୀ, କାଶୀ ନଗର ଟାଉନ ସଭାପତି ରଘୁରାମ ସାହୁ, ସାଂସଦଙ୍କ ପ୍ରତିନିଧି ଏମ୍.ରାମବାବୁ, ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ, ବିଜେଡି ନେତା ଏସ ଲିଙ୍ଗରାଜ, ବିଜୁ ଛାତ୍ର ଜନତା ଦଳ ବିଶ୍ୱଜିତ ତ୍ରିପାଠୀ, ନଗର ବିଜେଡି ସଭାପତି ସୂର୍ଯ୍ୟ ନାରାୟଣ ରାଜଗୁରୁ, ସୁଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମ କୋଭିଡ଼ ନିୟମାନୁସାରେ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରି ସମ୍ପାଦନ କରାଯାଇଥିଲା ।

Exit mobile version