ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା !!

0
405

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣି ବ୍ଳକ ଗେରାବନ୍ଧ ଗ୍ରାମରେ ଥିବା ଶ୍ରୀ ଭେଙ୍କେଟେଶ୍ଵର ଉଚ୍ଚ ବିଦ୍ୟାଳୟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୀ.ସୁଦର୍ଶନ ରାଓଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଜି. ସୁଦର୍ଶନ ରାଓ 1. 11. 1989 ଆର.ସି.ଡ଼ି ଉଚ୍ଚ ବିଦ୍ୟାଳୟ ବାପୁଜି ପେଣ୍ଠରୁ ନିଜ କାର୍ଯ୍ୟକାଳ ଆରମ୍ଭ କରିବା ପରେ ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ଉଚ୍ଚ ବାଳିକା ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରୂପେ କାର୍ଯ୍ୟ ନିର୍ବାହ କରିଥିଲେ । ପରେ ଗେରାବନ୍ଧ ସ୍ଥିତ ଶ୍ରୀଭେଙ୍କେଟେଶ୍ୱର ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରୂପେ କାର୍ଯ୍ୟରତ ଥିଲେ । ଆଜି ଶ୍ରୀ ରାଓଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଜିଲ୍ଲା କ୍ରୀଡ଼ା ନିରୀକ୍ଷକ ସଞ୍ଜୟ କୁମାର ପାତ୍ର ଯୋଗ ଦେଇଥିଲେ । କରୋନା କଟକଣା ର ସମସ୍ତ ନିୟମ ଅନୁସାରେ ସଭାକାର୍ଯ୍ୟ ପରିଚାଳନା ସହ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବି.ତିରୁମାଳା ରାଓ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ଶ୍ରୀ ଜି. ସୁଦର୍ଶନ ରାଓଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଓ ସଭା ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here