ଆମ୍ବୁଲାନ୍ସ – ଟ୍ରକ୍‌ ମୁହାଁମୁହିଁ ଧକ୍କା : ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର !!

Spread the love

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ ପନ୍ଦରମାଇଲ୍‌ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୧୦୮ ଆମ୍ବୁଲାନ୍ସ (ଓଡି-୧୨ସି- ୬୭୧୦) ସହ ଏକ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ଼୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହି ଯାଇଥିଲେ । ସେପଟେ ଟ୍ରକ୍‌ ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡ଼ିଛି । ଖବର ପାଇ ଅଞ୍ଚଳବାସୀ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ଗାଡ଼ି ଭିତରୁ ଉଦ୍ଧାର କରିବା ପରେ ସେହି ରାସ୍ତା ଦେଇ ଆସୁଥିବା କୋଟଗଡ଼ ବନବିଭାଗ ରେଞ୍ଜର ସୂର୍ଯ୍ୟକାନ୍ତ ବେହେରା ନିଜ ଗାଡ଼ିରେ ଆଣି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ।

ଗୁରୁତର ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ହେଉଛନ୍ତି ଆସ୍ତିକ ମଲ୍ଲିକ । ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ଆଜି ସକାଳ ପ୍ରାୟ ୧୦ଟା ସମୟରେ ତୁମୁଡ଼ିବନ୍ଧରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ସହ ବାଲିଗୁଡ଼ାରୁ ଭବାନୀପାଟଣା ଯାଉଥିବା ଏକ ମାଲବାହୀ ଟ୍ରକ୍‌ ସହ କୁର୍ତ୍ତମଗଡ଼ ପନ୍ଦରମାଇଲ୍‌ ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *