ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଜବାହାରଲାଲ ନେହେରୁ ଙ୍କ ମହାପ୍ରୟାଣ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଜବାହାରଲାଲ ନେହେରୁଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି । ବର୍ତ୍ତମାନ କରୋନା ମହାମାରୀ ଉଗ୍ର ରୂପ ନେଇଥିବା ବେଳେ ସରକାରଙ୍କ ଗାଇଡ଼ ଲାଇନ କୁ ମାନି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା . ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଦଳୀୟ ସଦସ୍ୟ ମାନେ ସ୍ୱର୍ଗତ ଜବାହାରଲାଲ ନେହେରୁଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ ଏବଂ ନିରାଡ଼ମ୍ବର ଭାବେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବସନ୍ତ ପଣ୍ଡା ଏହି କାର୍ଯ୍ୟକ୍ରମକୁ ସଂପାଦନ କରିଥିଲେ ।

Leave a Reply

Your email address will not be published. Required fields are marked *