ବାତ୍ୟା ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦୀ !!!

0
199

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସାମୁଦ୍ରିକ ବାତ୍ୟା ‘ୟାସ’ ଜନିତ କ୍ଷୟକ୍ଷତି ଏବଂ ଉଦ୍ଧାର ଓ ଥଇଥାନ କାର୍ଯ୍ୟର ସମୀକ୍ଷା କରିବା ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ . ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ପହଞ୍ଚିବା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ , ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଏବଂ ମୁଖ୍ୟ ଶାସନ ସଚିବ ତାଙ୍କୁ ସ୍ୱାଗତ କରିଥିଲେ . ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନଙ୍କ ଉପସ୍ଥିତିରେ ବାତ୍ୟା ଜନିତ କ୍ଷୟକ୍ଷତି ଏବଂ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିବା ପରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ଦେଖିବା ପାଇଁ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ .

ସମୀକ୍ଷା ବୈଠକରେ ଧନଜୀବନ ରକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ, ଏପରିକି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଓଡିଶା ମଡେଲ କୁ ଅନ୍ୟ ରାଜ୍ୟ ମାନେ ଗ୍ରହଣ କରିବା ଆବଶ୍ୟକ ବୋଲି ନିଜର ମତ ରଖିଥିଲେ . ପୁନରୁଦ୍ଧାର ଏବଂ ଥଇଥାନ କାର୍ଯ୍ୟ ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଆବଶ୍ୟକୀୟ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ .

LEAVE A REPLY

Please enter your comment!
Please enter your name here