ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ୱ ଭାବରେ ବର୍ଣନା କରିଛନ୍ତି । ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ । ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତା ର ସହ ନିର୍ବାହ କରିଥିଲେ । ତାଙ୍କର ବିୟୋଗ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି . ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମର ସଦ୍ ଗତି କାମନା କରଛନ୍ତି । ବିଜୟ ଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ୱର୍ଗତ ରାଉତରାୟ ଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ ।