ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ହୀରକ ଜୟନ୍ତୀ କୁଷ୍ଠ ନିରାକରଣ କେନ୍ଦ୍ରରେ ବିଜେପି ଯୁବ ମୋର୍ଚ୍ଚା ତରଫରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାସିସ ଆଚାର୍ଯ୍ୟ ଓ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଜେନାଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ କରା ଯାଇଥିଲା ।
କୁଷ୍ଠ ନିରାକରଣ କେନ୍ଦ୍ରରେ ରହୁଥିବା 20 ରୁ ଉର୍ଦ୍ଧ୍ୱ ରୋଗୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ମହିଳା ମୋର୍ଚ୍ଚା ସଭାପତି ପି. ଲତା, ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟ କାରିଣୀ ସଦସ୍ୟ ପି. କ୍ରାନ୍ତି , କେ.ଯୁବରାଜ ଙ୍କ ସମେତ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ କୋଭିଡ଼ ନିୟମ ଅନୁଯାୟୀ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ରକ୍ଷା କରି ଅନୁଷ୍ଠିତ ହୋଇଥିଲା ।