ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ତରଫରୁ ସେବା ହିଁ ସଂଗଠନ କାର୍ଯ୍ୟକ୍ରମ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଶୁଭମ ଓଝା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ “ସେବା ହିଁ ସଂଗଠନ” କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ତରଫରୁ ଆୟୋଜିତ ହେଉଛି ବିଭିନ୍ନ କାର୍ଯ୍ୟକ୍ରମ . ଏହି କ୍ରମରେ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ତରଫ ରୁ ଅନୁଷ୍ଠିତ ହୋଇଯାଇଛି ସ୍ୱେଚ୍ଛାକୃତ ରକ୍ତଦାନ ଶିବିର .

ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିଶ୍ୱଜିତ୍ ରାଜ ଙ୍କ ନେତୃତ୍ଵରେ ଆଜି ଯାଜପୁର ଜିଲ୍ଲା ଯହ୍ନା ସ୍ଥିତ ବିଜେପି କାର୍ଯ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି. ଶିବିରରେ ମୋଟ 121 ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ସମୟରେ ଯାଜପୁର ଜିଲ୍ଲା ବିଜେପି ସଭାପତି ଗୌତମ୍ ରାୟ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ . ଯାଜପୁର ଜିଲ୍ଲା ର ସମସ୍ତ ନିର୍ବାଚନ ମଣ୍ଡଳି ବିଧାନସଭା ପ୍ରାର୍ଥି ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ .

Leave a Reply

Your email address will not be published. Required fields are marked *