ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ପାଇଁ ବଢ଼ିଲା ଆବେଦନ ଅବଧି : ସୂଚନା ଦେଲେ ମାନସ ମଙ୍ଗରାଜ !!!

0
183

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା ପାଇଁ ବଢ଼ିଲା ଆବେଦନ ଅବଧି । ଜୁନ ୨୬ ତାରିଖ ପର୍ଯ୍ୟନ୍ତ ଏହି ସମୟ ସୀମାକୁ ବଢ଼ା ଯାଇଥିବା ନେଇ ସୂଚନା ପ୍ରଦାନ କଲେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬ ଲାଗୁ କରିଥିବା ସମୟରେ ଏହି ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଛି । ସ୍ୱାସ୍ଥ୍ୟ ବୀମା ଯୋଜନାରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ । ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକ ମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇ ପାରିବେ ।

LEAVE A REPLY

Please enter your comment!
Please enter your name here