ଗଜପତିରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ !!!

Spread the love

ଗଜପତି (ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ଗଜପତି ଜିଲ୍ଲା ମୋହନା ବ୍ଳକର ବିଜୁ କଲ୍ୟାଣ ମଣ୍ଡପ ଠାରେ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜୁ ଛାତ୍ର ଜନତା ଦଳ ସଭାପତି ତଥା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ରାଜ୍ୟ ଜୀବନ ବିନ୍ଦୁ ସଂଯୋଜକ ପ୍ରଦୋଷ ପରିଡା, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଜୋନ ବିଜେଡି ସଭାପତି ଜ୍ୟୋତି ରଞ୍ଜନ ସାହୁ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ଜିଲ୍ଲା ବିଜେଡି ଛାତ୍ର ଜନତା ଦଳ ସଭାପତି ବିଶ୍ୱଜିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ରକ୍ତ ଦାନ ଶିବିରରେ ମୋଟ 71 ୟୁନିଟ ରକ୍ତ ସଂଗୃହୀତ ହୋଇଥିବା ଜଣାପଡ଼ିଛି। ଯେଉଁମାନେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଛନ୍ତି ସେମାନଙ୍କୁ ମାନ ପତ୍ର ପ୍ରଦାନ କରି ଉତ୍ସ।ହିତ କରାଯାଇଛି। କୋଭିଡ଼ ନିୟମ ଅନୁଯାୟୀ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *