ଗଜପତିରେ 26 ଜଣ କରୋନା ପଜିଟିଭ ଚିହ୍ନଟ !

0
189

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଆଜି ପୁଣି 26 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସମ୍ପର୍କରେ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ସେମାନଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ରୁ 8 ଜଣ, ଗୋଶାଣି ବ୍ଳକରୁ 4 ଜଣ, ଗୁମ୍ମା ବ୍ଳକରୁ ଜଣେ, କାଶୀ ନଗର ବ୍ଳକରୁ 3 ଜଣ, ମୋହନା ବ୍ଳକରୁ 2 ଜଣ, ନୂଆଗଡ଼ ବ୍ଳକରୁ 4 ଜଣ, ଆର.ଉଦୟଗିରି ବ୍ଳକରୁ 2 ଜଣ, ରାୟଗଡ଼ ବ୍ଳକରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ ଗଜପତି ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି . ପଜିଟିଭ ଚିହ୍ନଟ ହେବା ପରେ ଏମାନଙ୍କ ମଧ୍ୟରୁ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ, କୋଭିଡ଼ କେୟାର ସେଣ୍ଟର ଓ ହୋମ ଆଇସୋଲେସନରେ ରଖାଯାଇ ଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here