ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ରାଜଧାନୀ ଭୁବନେଶ୍ୱରରେ ଚିକେନ କାଉଣ୍ଟରରେ ଗୋଧି ମାଂସ ବିକ୍ରି ହେଉଥିବାର ଘଟଣା ସାମନାକୁ ଆସିବା ପରେ ଖେଳି ଯାଇଛି ଚାଞ୍ଚଲ୍ୟ . ପୋଲିସକୁ ଏ ସମ୍ପର୍କରେ ଖବର ମିଳିବା ପରେ ଚଢ଼ାଉ କରି ମାଂସକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ଝାରପଡାର ଚିକେନ କାଉଣ୍ଟରରେ ଗୋଧି ମାଂସ ବିକ୍ରି ହେଉଥିବା ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଚଢାଉ କରିଥିଲା । ସମ୍ପୃକ୍ତ କାଉଣ୍ଟରରେ ୨୦ ଟି ଗୋଧିକୁ କାଟି, ତାହାର ମାଂସ ବିକ୍ରି ହେଉଥିବାର ପୋଲିସ ଦେଖିବାକୁ ପାଇଥିଲା । ଲକ୍ଷ୍ମୀସାଗର ପୋଲିସ କଟା ମାଂସ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।