କେନ୍ଦ୍ରାପଡା ତୁଳସୀ କ୍ଷେତ୍ରରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପିର ଗଣ ଧାରଣା ।

0
300

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ ମଲ୍ଲ : ଚଳିତବର୍ଷ ତୁଳସୀ କ୍ଷେତ୍ରରେ ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହେବା ଦାବିରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ଜିଲ୍ଲା ସଭାପତିଙ୍କ ଅଧ୍ୟକ୍ଷତାରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣାରେ ବସିଛନ୍ତି ବିଜେପି କାର୍ଯ୍ୟକର୍ତ୍ତା । ଶ୍ରୀଜୀଉଙ୍କ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବବେଗକୁ ଗୁରୁତ୍ୱାରୋପ କରାଯାଇ ପ୍ରଭୁ ଶ୍ରୀବଳଦେବ ଜୀଉଙ୍କ ରଥଯାତ୍ରା ଚଳିତ ବର୍ଷ କରାଯିବା ଦାବି ନେଇ ବିଜେପିର କର୍ମୀ ଧାରଣାରେ ବସି ରହିଛନ୍ତି । କେନ୍ଦ୍ରାପଡାରେ ରଥଯାତ୍ରା ଅନୁଷ୍ଠିତ ହେବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ନିର୍ଦେଶନାମା ଜାରି ହେବା ପର୍ଯ୍ୟନ୍ତ ସେମାନେ ଧାରଣାରେ ବସି ରହିବେ ବୋଲି ପ୍ରକାଶ କରିଛନ୍ତି ବିଜେପି ସଭାପତି କିଶୋର ପଣ୍ଡା ।

LEAVE A REPLY

Please enter your comment!
Please enter your name here