ଗଜପତିରେ 13 କରୋନା ପଜିଟିଭ ଚିହ୍ନଟ !

0
247

Loading

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ପୁଣି 13 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ
ସାହା . ସେମାନଙ୍କ ମଧ୍ୟରୁ ପାରଳାଖେମୁଣ୍ଡିରୁ 5 ଜଣ, ଗୋଶାଣି ବ୍ଳକରୁ ଜଣେ, କାଶୀ ନଗର ବ୍ଳକରୁ 6 ଜଣ, ମୋହନା ବ୍ଳକରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି . ପଜିଟିଭ ଚିହ୍ନଟ ହେବା ପରେ ଏମାନଙ୍କ ମଧ୍ୟରୁ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ, କୋଭିଡ଼ କେୟାର ସେଣ୍ଟର ଓ ହୋମ ଆଇସୋଲେସନରେ ରଖାଯାଇଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here