ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଆଜି ପୁଣି 12 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସମ୍ପର୍କରେ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ
ସାହା . ସେମାନଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ରୁ 2 ଜଣ, କାଶୀ ନଗର ବ୍ଳକରୁ 2 ଜଣ, ମୋହନା ବ୍ଳକରୁ 4 ଜଣ, ନୂଆଗଡ଼ ବ୍ଳକରୁ 2 ଜଣ, ରାୟଗଡ଼ ବ୍ଳକରୁ ଜଣେ, ଆନ୍ଧ୍ର ପ୍ରଦେଶରୁ ଜଣେ ଗଜପତି ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି . ପଜିଟିଭ ଚିହ୍ନଟ ହେବା ପରେ ଏମାନଙ୍କ ମଧ୍ୟରୁ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ, କୋଭିଡ଼ କେୟାର ସେଣ୍ଟର ଓ ହୋମ ଆଇସୋଲେସନରେ ରଖାଯାଇ ଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।