Site icon Awaj Media

ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଲିଙ୍ଗରାଜ ପଣ୍ଡାଙ୍କ ଦାୟିତ୍ୱ ଗ୍ରହଣ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଲିଙ୍ଗରାଜ ପଣ୍ଡା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି . ଗଜପତି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଅନୁପମ ସାହା ପଦୋନ୍ନତି ପାଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଏଠାରୁ ବଦଳି ହୋଇଛନ୍ତି । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିବା ଲିଙ୍ଗରାଜ ପଣ୍ଡା ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି . ଗଜପତିର ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଠାରୁ ନୂତନ ଜିଲ୍ଲାପାଳ ଶ୍ରୀ ପଣ୍ଡା ଆଜି ଆନୁଷ୍ଠାନିକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତପନ କୁମାର ପଟ୍ଟନାୟକ, ଏ.ଡି.ଏମ୍ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅନାମ ଚରଣ ପାତ୍ର, ଆଇ.ଟି. ଡି.ଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜ କୁମାର ବେହେରା ପ୍ରମୁଖଙ୍କ ସହ ବହୁ ପଦାଧିକାରୀ ଶ୍ରୀ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଜିଲ୍ଲାପାଳ ଭାବେ ଶ୍ରୀ ପଣ୍ଡା ଦାୟିତ୍ୱ ଗ୍ରହଣ କରିବା ସଙ୍ଗେ ସଙ୍ଗେ ପାରଳା ଉପକଣ୍ଠର ସୀତାପୁର ଠାରେ ଥିବା କୋଭିଡ଼ ଡାକ୍ତରଖାନା, ବେତାଗୁଡା ସ୍ଥିତ ଅନ୍ୱେସା କୋଭିଡ଼ କେୟାର ସେଣ୍ଟର, ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଦି ପରିଦର୍ଶନ କରି କୋଭିଡ଼ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟକ୍ରମ ଅନୁଧ୍ୟାନ କରିଥିଲେ ।

Exit mobile version