Site icon Awaj Media

ସିଙ୍ଗାରପଲ୍ଲୀ-କାପ୍ତାପଲ୍ଲୀ ରାସ୍ତା ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ !!!

Spread the love

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସିଙ୍ଗାରପଲ୍ଲୀ ପଞ୍ଚାୟତ ଅଧିନରେ ଥିବା ସେନ୍ତେରି ଗ୍ରାମରେ ସିଙ୍ଗାରପଲ୍ଲୀ-କାପ୍ତାପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଙ୍ଗାରପଲ୍ଲୀ ପଞ୍ଚାୟତ ପୂର୍ବତନ ସରପଞ୍ଚ ତଥା ନୂଆଗାଁ ବ୍ଲକ୍ ବିଜେଡ଼ି ଉପ ସଭାପତି ମୁରଲୀ ଧର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ରାସ୍ତା ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ କାର୍ଯ୍ୟକ୍ରମ ଯୋଗୁଁ ଜନସାଧାରଣଙ୍କ ଗମନା ଗମନ ସୁବିଧା ହେବା ସହ ବିକାଶ ଧାରା ତ୍ୱରାନ୍ୱିତ ହୋଇପାରିଛି ବୋଲି ପ୍ରକାଶ କରିଥିଲେ । ଗମନା ଗମନ ସୁବିଧା ପାଇଁ ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଟାକୁ ଗ୍ରାମବାସୀ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥିଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦଙ୍କ ପ୍ରତିନିଧି ବିଜୟ କୁମାର ସାସମଲ, ବିଜେଡ଼ି ସଭାପତି ସନାତନ ସାମଲ, ଯୁବ ସଂଗଠକ ସଞ୍ଜୟ କୁମାର ସାହୁ, ଜିଲ୍ଲା ଛାତ୍ର ଉପ ସଭାପତି ଅମୂଲ୍ୟ ସାହୁ, ବ୍ଲକ୍ ଛାତ୍ର ସଭାପତି ସୁବ୍ରତ କୁମାର ପରିଡ଼ା, ଯୁବ ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ ପ୍ରମୁଖ ଯୋଗ ଦେଇଥିଲେ । ଏହି ରାସ୍ତା ନିର୍ମାଣ ହେଲେ ହଜାର ହଜାର ଲୋକଙ୍କ ଗମନା ଗମନରେ ସୁବିଧା ହୋଇପାରିବ ବୋଲି ସ୍ଥାନୀୟ ଅଞ୍ଚଳବାସୀ କହିବା ସହ ଏଭଳି ବିଧାୟକଙ୍କୁ ପାଇ ଆମେ ଗର୍ବିତ ବୋଲି ପ୍ରକାଶ କରିଛନ୍ତି ।

Exit mobile version