Site icon Awaj Media

କନ୍ଧମାଳ ଜିଲ୍ଲାର ତିନି ବିଧାୟକଙ୍କ ସହ ମନ୍ତ୍ରୀ ପ୍ରତାପ ଜେନାଙ୍କ ଆଲୋଚନା !!!

Spread the love

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଥିବା ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କଭୁବନେଶ୍ବରସ୍ଥିତ ବାସଭବନରେ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀର ବିଧାୟକଙ୍କ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି। କନ୍ଧମାଳ ଜିଲ୍ଲା ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଘୁ.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ଉପସ୍ଥିତିରେ ମନ୍ତ୍ରୀ ଶ୍ରୀ ଜେନା ଜିଲ୍ଲାର ସାଂଗଠନିକ ସ୍ଥିତିର ସମୀକ୍ଷା କରିଥିଲେ। କନ୍ଧମାଳ ଜିଲ୍ଲାର ୱାର୍ଡ଼ ଏବଂ ପଞ୍ଚାୟତରେ ବିଜୁ ଜନତା ଦଳର ସଂଗଠନକୁ ଅଧିକ ସୁଦୃଢ଼ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଯୁବ, ଛାତ୍ର ଓ ମହିଳାମାନଙ୍କୁ କିଭଳି ଅଧିକ ସଂଖ୍ୟାରେ ଦଳରେ ସାମିଲ କରାଯିବ, ଗାଁର ପ୍ରତି ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନ କରାଇବାକୁ ମନ୍ତ୍ରୀ ଶ୍ରୀ ଜେନା ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ। କନ୍ଧମାଳ ଜିଲ୍ଲାର ବିଜେଡି ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଥମ ଆଲୋଚନା ହୋଇଥିଲା l

Exit mobile version