ନାଚୁଣୀ ଫାଣ୍ଡି ପୋଲିସ ଓ ଅବକାରୀ ବିଭାଗ ର ମିଳିତ ଚଢ଼ାଉ : ତିନି ଗିରଫ !!

Spread the love

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ବଉଳାବନ୍ଧ, ନଈରୀ ଏବଂ ସାନ ନଈରୀ ଗ୍ରାମରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉ କରିଥିଲା । ଉକ୍ତ ଚଢ଼ାଉ ସମୟରେ ତିନି ଜଣ ଅଭିଯୁକ୍ତ ଗିରଫ ହୋଇଥିବା ସ୍ଥଳେ ସେମାନଙ୍କ ନିକଟରୁ ୬୦ ଲିଟର ଦେଶୀ ମଦ ଜବତ ହୋଇଛି । ଏ ସଂକ୍ରାନ୍ତରେ ଅବକାରୀ ବିଭାଗ ତିନି ଗୋଟି ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ଗିରଫ କରିଛି । ଚଢ଼ାଉରେ ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, ବାଲୁଗାଁ ଅବକାରୀ ଅଧିକାରୀ ମନୋଜ ବାରିକ, ନାଚୁଣି ଫାଣ୍ଡି ଏଏସଆଇ ହାଡିବନ୍ଧୁ ନାୟକ ଏବଂ ଅନ୍ୟ ପୋଲିସ ଓ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ ।

Leave a Reply

Your email address will not be published. Required fields are marked *