ଲୁଣା ନଦୀ କୂଳରୁ ଅଜଣା ମୃତ ଦେହ ଉଦ୍ଧାର ।

Spread the love

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ ମଲ୍ଲ : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବାଲିକସଟି ଅଞ୍ଚଳରେ ଲୁଣା ନଦୀ କୂଳରେ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ ବାଲିକସଟି ଲୁଣା ନଦୀ କୂଳରେ ଅଜଣା ଯୁବକଙ୍କ ମୃତ ଦେହ ସ୍ଥାନୀୟ ଲୋକେ ଦେଖିବା ପରେ ତୁରନ୍ତ ମାର୍ଶାଘାଇ ପୋଲିସ କୁ ଖବର ଦେଇଥିଲେ । ଖବର ପାଇବା ମାତ୍ରେ ଘଟଣା ସ୍ଥଳରେ ମାର୍ଶାଘାଇ ପୋଲିସ ପହଞ୍ଚି ଘଟଣାର ଛାନବିନ ଆରମ୍ଭ କରିଥିବା ବେଳେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ଅନ୍ୟପକ୍ଷରେ ମାର୍ଶାଘାଇ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *