ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡରେ ପାଳିତ ହୋଇଯାଇଛି ସ୍ୱାୟତ୍ତ ଶାସନ ଦିବସ ସମାରୋହ . ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ସଭାପତିତ୍ୱରେ ସହର ସ୍ଥିତ ପଠାଣି ସାମନ୍ତ ସଂସ୍କୃତି ଭଵନ ପରିସରରେ ସ୍ୱାୟତ୍ତ ଶାସନ ଦିବସ ସମାରୋହ-୨୦୨୧ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ଼ଃ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସୁବାଷ ଚନ୍ଦ୍ର ରାୟ ଯୋଗ ଦେଇଥିଲେ । ପୌର ପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
ନୟାଗଡରେ ସ୍ୱାୟତ୍ତ ଶାସନ ଦିବସ ପାଳିତ !!!

