ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରୋଟାରୀ ହଲ ଠାରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଓଡ଼ିଶା ମୋ ପରିବାର ଜିଲ୍ଲା ସଂଯୋଜିକା ଇନ୍ଦିରା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ଆୟୋଜିତ ଶିବିରରେ 60 ୟୁନିଟ ରକ୍ତ ସଂଗୃହୀତ ହୋଇଛି । କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ, ଜିଲ୍ଲା ଯୁବ ବିଜେଡି ସଭାପତି ଏସ. ଲିଙ୍ଗରାଜ, ଜିଲ୍ଲା ଛାତ୍ର ବିଜେଡି ସଭାପତି ବିଶ୍ୱଜିତ ତ୍ରିପାଠୀ, ବସନ୍ତ ଦାଶ, ସୁଜିତ ଦାସଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *