ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଦ୍ଵାରା ପଶ୍ଚିମବଙ୍ଗ ଦମ୍ପତ୍ତିଙ୍କୁ ପୋଷ୍ୟ ସନ୍ତାନ ହସ୍ତାନ୍ତର !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ର ୨୩ ତମ ଶିଶୁକୁ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପୋଷ୍ୟ ସନ୍ତାନ ଭାବେ ସୁଦୂର ପଶ୍ଚିମବଙ୍ଗ ରାଜ୍ୟ ର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଲକ ଡାଉନ ଓ ସଟ ଡାଉନ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଓ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲା ରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାମ ସାଲୋମ ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ହସ୍ତାନ୍ତର ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ଶିଶୁ ଟିକୁ ଶିଶୁ ମଙ୍ଗଳ ସମିତି ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହା ଦ୍ୱାରା ଶିଶୁ ଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ , ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା ।

ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ସନ୍ତାନ ପାଇଁ ଅନ ଲାଇନ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ . ଉପରୋକ୍ତ ଦମ୍ପତି ଶାରୀରିକ ଭାବେ ଶିଶୁ କୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ଗଜପତି ପ୍ରସ୍ତୁତ କରିଥିଲେ । ପରବର୍ତ୍ତୀ ସମୟରେ ସମସ୍ତ ଦସ୍ତାବିଜ କୁ ଗଜପତି ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ପଶ୍ଚିମ ବଙ୍ଗର ଦମ୍ପତି ଙ୍କୁ ହସ୍ତାନ୍ତର କରିଦିଆ ଯାଇଥିଲା । ଏହି ଶିଶୁ କନ୍ୟା ରତ୍ନ ହୋଇଥିବା ବେଳେ ଶିଶୁ ଟିକୁ ପାଇ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରା ଯାଇଥିଲା । ହସ୍ତାନ୍ତର ସମୟରେ ଶ୍ରୀମତୀ ଲୋପା ମୁଦ୍ରା ବକ୍ସିପାତ୍ର, ଉପଦେଷ୍ଟା -ମିଶନ ଶକ୍ତି , ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତିର ସଭ୍ୟା ଶ୍ରୀମତୀ ଅଳକା ସାହୁ, ଗୁରାଣ୍ଡୀ ସ୍ୱାସ୍ଥ୍ୟକେନ୍ଦ୍ର ର ସ୍ୱାସ୍ଥ୍ୟ ସେବା ଯୋଗାଉ ଥିବା ଡାକ୍ତର ମିଲନ କୁମାର ଅଧିକାରୀ, ନିଶାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏବଂ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *