ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣି ବ୍ଳକର କେରାଣ୍ଡି ପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଅର୍ଥ ଓ ଅବକାରୀ ବିଭାଗର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥିତ ରହି ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଥିଲେ .
ଉପସ୍ଥିତ ଲୋକମାନଙ୍କୁ କାର୍ଡ ର ଉପକାରିତା ସମ୍ପର୍କରେ ବୁଝାଇବା ସହ ରାଜ୍ୟ ସରକାରଙ୍କ ର ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଗୋଶାଣି ବ୍ଳକ ଅଧ୍ୟକ୍ଷା ସି.ଏଚ. ତାରକେଶ୍ୱରୀ, କେରାଣ୍ଡି ସରପଞ୍ଚ ଆର.ରାଣୀ, ନାଏବ ସରପଞ୍ଚ ଗୌରାଙ୍ଗ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କିଶୋର ଚନ୍ଦ୍ର ଦାସ ପ୍ରମୁଖ ମଞ୍ଚାସିନ ଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ପଞ୍ଚାୟତ କାର୍ଯ୍ୟ ନିର୍ବାହି ଅଧିକାରୀ କେ.ଚନ୍ଦ୍ରା ରାଓ ପରିଚାଳନାରେ ସହଯୋଗ କରିଥିଲେ ।

