ଜଙ୍ଗଲ ମଧ୍ୟରୁ ଅଚିହ୍ନା ଯୁବକଙ୍କ ଶବ ଉଦ୍ଧାର : ପୋଲିସ୍ ର ତଦନ୍ତ ଜାରି !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ପାଣ୍ଡବାଶୁଣି ଜଙ୍ଗଲରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି । ଜଙ୍ଗଲରେ ଜଣେ ଅଚିହ୍ନା ଯୁବକଙ୍କ ଗଳିତ ଶବ ପଡି ରହିଥିବାର ଦେଖିବାକୁ ମିଳିଛି । ଗ୍ରାମବାସୀ ଏହା ଦେଖି ନାଚୁଣୀ ଫାଣ୍ଡି ପୋଲିସକୁ ଖବର ଦେବା ପରେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଫାଣ୍ଡି ଅଧିକାରୀ ମୁକେଶ ବେହେରା ପହଞ୍ଚି ତଦନ୍ତ ଆରମ୍ଭ କରି ଦେଇଛନ୍ତି । ଶବଟି ପାଖାପାଖି ୨୦ ରୁ ୨୫ ଦିନ ହେବ ଏଠାରେ ପଡିରହିଥିବା ଅନୁମାନ କରୁଛି ପୁଲିସ । ଶବ ଟି ଏକ ଗଛରେ ଦଉଡି ଦ୍ୱାରା ବନ୍ଧା ହୋଇ ରହିଥିବା ଅବସ୍ଥାରେ ଉଦ୍ଧାର ହୋଇଥିବା ସମୟରେ ଯୁବକଙ୍କ ପରିଚୟ ମିଳି ପାରିନାହିଁ । ତେବେ ମୃତ୍ୟୁର କାରଣ ଶବ ବ୍ୟବଚ୍ଛେଦ ପରେ ଜଣା ପଡ଼ିବାକୁ ଥିବାବେଳେ ଘଟଣା ସ୍ଥଳରେ ଖୋର୍ଦ୍ଧା ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାର ଜଣାପଡିଛି ।।

Leave a Reply

Your email address will not be published. Required fields are marked *