ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣା ସମ୍ପୃକ୍ତି ନେଇ କଂଗ୍ରେସ ପକ୍ଷରୁ ମନ୍ତ୍ରୀଙ୍କ କୁଶ ପୁତଳିକା ଦାହ ଓ ଧାରଣା !!!

0
257

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନ ସାଇନ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଗିରଫ ହୋଇଥିବା ବେଳେ ବିଜେଡି ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମେତ ବହୁ ମନ୍ତ୍ରୀ ଓ ନେତା ମାନେ ସାମିଲ ଅଛନ୍ତି । ଏହାର ସିବିଆଇ ତଦନ୍ତ କରିବା ସହ ନିରପେକ୍ଷ ବିଚାର କରି ଦୋଷୀକୁ ଦଣ୍ଡ ବିଧାନ କରାଯାଉ ବୋଲି ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର କଂଗ୍ରେସ କମିଟି ପକ୍ଷରୁ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ଟ୍ରାଫିକ ଛକରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ରାସ୍ତା ଅବରୋଧ ଫଳରେ ଉଭୟ ପାଶ୍ୱର୍ରେ ବହୁ ଯାନବାହନ ଅଟକି ରହିଥିଲା । ଏଥିରେ ଜଟଣୀ ବିଧାୟକ ସୁର ରାଉତରାୟ ,ମହିଳା କଂଗ୍ରେସ ସଭାପତି ବନ୍ଦିତା ପରିଡା, ରାଜ୍ୟ ମହିଳା କଂଗ୍ରେସ ସମ୍ପାଦିକା ନିରୂପମା ପାତ୍ର, ପ୍ରଦେଶ କମିଟି ସଭ୍ୟ ଶିଶିର ପରିଡା ,ପ୍ଲାବନ ପଟ୍ଟନାୟକ, ସଞ୍ଜୟ କୁମାର ପଟ୍ଟନାୟକ ଓ ବିଶ୍ୱଭୂଷଣ ଛୋଟରାୟଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଯୋଗ ଦେଇଥିଲେ । ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କ କୁଶ ପୁତଳିକା ଦାହ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here