Site icon Awaj Media

ଗଜପତିରେ ଜିଲ୍ଲା ସ୍ତରୀୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ !

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଜିଲ୍ଲା ପ୍ରଶାସନ ଗଜପତି ତରଫରୁ ଜିଲ୍ଲା ସ୍ତରୀୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ପାରଳାଖେମୁଣ୍ଡିର ସଭାଗୃହରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ ଯୋଗ ଦେଇ 1999 ରେ ହୋଇଥିବା ମହାବାତ୍ୟାକୁ ମନେ ପକାଇବା ସହିତ ସେହି ସମୟରେ ହୋଇ ଥିବା ଧନଜୀବନ କ୍ଷୟ ଉପରେ ବିସ୍ତୃତ ଭାବେ ଆଲୋଚନା କରିବା ସହ ନିଜର ଅନୁଭୂତିକୁ ବିସ୍ତୃତ ଭାବରେ ଉପସ୍ଥାପନ କରିଥିଲେ । ସେହିପରି ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ସମ୍ମାନୀତ ଅତିଥି ରୂପେ ଯୋଗ ଦେଇ 1999 ମହାବାତ୍ୟାରେ ନିଜର ଅନୁଭୂତିକୁ ମନେ ପକାଇବା ସହିତ ଆଜିର ଦିନରେ ବିପର୍ଯ୍ୟୟ ପୂର୍ବରୁ ସରକାରଙ୍କର ଏବଂ ଜନସାଧାରଣଙ୍କର ବିଭିନ୍ନ କ୍ଷେତ୍ରରେ ପ୍ରସ୍ତୁତି କୁ ପ୍ରଶଂସା କରିଥିଲେ । ମହାବାତ୍ୟା ଠାରୁ ଆଜି ପର୍ଯ୍ୟନ୍ତ ସମ୍ମୁଖୀନ ହୋଇଥିବା ସମସ୍ତ ବିପର୍ଯ୍ୟୟରେ ଓଡ଼ିଶାର ଜନସାଧାରଣଙ୍କ ମଧ୍ୟରେ କିପରି ସଚେତନତା ବଢିବା ସହ ସରକାର ଓ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ମୁକାବିଲା ଏବଂ ଥଇଥାନ କାର୍ଯ୍ୟକ୍ରମର ଅଗ୍ରଗତିକୁ ସମସ୍ତେ ଆଲୋଚନା କରିଥିଲେ . ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ସରୋଜ କୁମାର ବେହେରା ସ୍ୱାଗତ ଭାଷଣ ଦେବା ସହ ପ୍ରାରମ୍ଭରେ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋଚନା କରିଥିଲେ । ଶେଷରେ ମୁଖ୍ୟ ଅତିଥି ଏବଂ ସମ୍ମାନୀତ ଅତିଥି ଉପସ୍ଥିତ ଥିବା ଜିଲ୍ଲାର ସମସ୍ତ ଅଧିକାରୀଙ୍କୁ ଏବଂ କ୍ଷେତ୍ର କର୍ମଚାରୀ ଙ୍କୁ ଶପଥ ପାଠ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ମିନତୀ ଦେଇ, ଜିଲ୍ଲା ସମାଜ ସୁରକ୍ଷା ଅଧିକାରିଣୀ ଶ୍ରୀମତୀ କଲ୍ୟାଣି ଦାସ, ଜିଲ୍ଲା ମଙ୍ଗଳ ଅଧିକାରୀ ସନ୍ତୋଷ କୁମାର ରଥ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ଦାସ, ଜିଲ୍ଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସ୍ୱରାଜ ଶୀଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version