Site icon Awaj Media

ତୈଳ ଦର ବୃଦ୍ଧି ନେଇ ବିଜେଡି ପକ୍ଷରୁ ପ୍ରତିବାଦ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ତୈଳ ଓ ରନ୍ଧନ ଗ୍ୟାସ ମୂଲ୍ୟ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲା ଗଜପତି ବିଜୁ ଜନତା ଦଳ . ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲା ଗୋଶାଣି ବ୍ଳକ ସମ୍ମୁଖରେ ବିଜେଡି ମହିଳା ଉପ-ସଭାପତି ସଂଯୁକ୍ତା ବେହେରାଙ୍କ ନେତୃତ୍ୱରେ ବିଜେଡିର ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ସେହିଭଳି ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସରକାର ଏଥିପ୍ରତି ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରାଯାଇଛି । ପରିଶେଷରେ ବିଡ଼ିଓଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ବିହିତ ପଦକ୍ଷେପ ଗ୍ରହଣ ନ କଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି କୁହାଯାଇଛି । ଏହି ପ୍ରତିବାଦ ସଭାରେ ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ, ରାଜଯେମା କଲ୍ୟାଣି ଗଜପତି, ବିଜେଡି ଯୁବ ସଭାପତି ଏସ. ଲିଙ୍ଗରାଜ, ବିଜେଡି ନଗର ସଭାପତି ସୂର୍ଯ୍ୟ ନାରାୟଣ ରାଜଗୁରୁ, ମାରୁତି ପାଳ, ଲକ୍ଷ୍ମୀକାନ୍ତ ପରିଚ୍ଛା, ବି. ଧନଞ୍ଜୟଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

Exit mobile version