ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ନଭେମ୍ବର 6 ରେ ଗଜପତି ବନ୍ଦ ଡାକରା ଦେଲା ବିଜେପି . ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ରେ ପାରଳା ବିଧାୟକ କେ ନାରାୟଣ ରାଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବୀ ରେ ବିଜେପି ଆସନ୍ତା କଲି ସକାଳ 6 ଠାରୁ ସନ୍ଧ୍ୟା 6 ଘଟିକା ପର୍ଯ୍ୟନ୍ତ ବାର ଘଣ୍ଟିଆ ବନ୍ଦ ଡାକରା ଦେଇଛି । ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାରେ ସଂପୃକ୍ତ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ବହିଷ୍କାର ଗିରଫ ଓ ସିବିଆଇ ତଦନ୍ତ କରାଯାଉ ବୋଲି ବିଜେପି ଅଭିଯୋଗ କରି ତୁରନ୍ତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଜପତିରେ ବିଜେପି ପକ୍ଷରୁ ଏହି ବାର ଘଣ୍ଟିଆ ବନ୍ଦ ଡାକରା ଦିଆ ଯାଇଛି । ସାମ୍ବାଦିକ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପିର ସାଧାରଣ ସମ୍ପାଦକ ନୃସିଂହ ଚରଣ ପଟ୍ଟନାୟକ, ବିଭୁତି ଭୂଷଣ ବେହେରା ଉପସ୍ଥିତ ଥିଲେ ।
ମମିତା ମେହେର ମୃତ୍ୟୁ ମାମଲା : ନଭେମ୍ବର 6 ରେ ବିଜେପି ର ଗଜପତି ବନ୍ଦ ଡାକରା !!!

