Site icon Awaj Media

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ସହକାରୀ ଗୋଷ୍ଠୀଶିକ୍ଷା ଅଧିକାରୀ, ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଓ ଜିଲ୍ଲା ଡି. ପି.ସି. କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମ ଅବସରରେ ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କୁ ଭବ୍ୟ ସ୍ୱାଗତ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ କୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋଜ ରଞ୍ଜନ ଦଳାଇ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ତ୍ଵିକ କୁମାର ପଟ୍ଟନାୟକ, ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ମହାନ୍ତି, ତିରୁମାଲା ରାଓ ପଟ୍ଟନାୟକ, ଇସାନ ଚାନ୍ଦ ଓଁକାର, ଗୌରୀ ଚୌଧୁରୀ ପ୍ରମୁଖ ପରିଚାଳନା କରିଥିଲେ ।

Exit mobile version