ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହାକୁମ। ପାରଳାଖେମୁଣ୍ଡି ଠାରେ ଥିବ। ଜିଲ୍ଲା ସୂଚନା ଲୋକ ସଂପର୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସ୍ଵରାଜ୍ୟ ଶୀଶା , ଜିଲ୍ଲାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସ୍ୱାସ୍ଥ୍ୟ ବୀମା କାର୍ଡ ବଣ୍ଟନ କରିଛନ୍ତି । ସ୍ୱାସ୍ଥ୍ୟ ବୀମା କାର୍ଡ ପାଇବା ପରେ ଗଣମାଧ୍ୟମ ପ୍ରତିନିଧି ମାନେ ଖୁସି ବ୍ୟକ୍ତ କରିଛନ୍ତି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସୁବିଧା ପାଇବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ଵିମମ କାର୍ଡ ବହୁ ଉପଯୋଗୀ ହେଉଥିବାରୁ ଜିଲ୍ଲା ପ୍ରଶାସନ କୁ ଧନ୍ୟବାଦ ଜଣାଇଛନ୍ତି ।
ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ସ୍ୱାସ୍ଥ୍ୟ ବିମା କାର୍ଡ ବଣ୍ଟନ !!!

