Site icon Awaj Media

ପୁଲିସ ଏବଂ ଅବକାରୀ ବିଭାଗର ମିଳିତ ଚଢ଼ାଉ : ଦେଶୀମଦ ସହିତ ପୋଚ ଜବତ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ ମିଳିତ ଚଢ଼ାଉ କରାଯାଇଛି । ପଞ୍ଚାୟତ ଅଧିନସ୍ଥ ହାତିବାରୀ ଓ ବାଜଡିହ ଗ୍ରାମରେ ସକାଳ ୬.୩୦ ଘଟିକାରୁ ମଧ୍ୟାହ୍ନ ୧୨.୩୦ ଘଟିକା ଯାଏଁ ଚଢ଼ାଉ ଜାରି ରହିଥିଲା । ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନଙ୍କ ନେତୃତ୍ୱରେ ବାଣପୁର ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢାଉ କାର୍ଯ୍ୟ ଆରମ୍ଭ ହୋଇଥିଲା । ଚଢାଉ ସମୟରେ ୬୩ ଟି ଡ୍ରମରୁ ମୋଟ ୪ ହଜାର ୮ ଶହ ଲିଟର ଗୁଡ ମିଶ୍ରିତ ମହୁଲି ପୋଚ ଓ ୩୭୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରି ଦିଆଯାଇଛି । ଉକ୍ତ ଚଢାଉରେ ଚିଲିକା ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଡାଙ୍ଗୁଆ, ବାଲୁଗାଁ ଅବକାରୀ ସବ ଇନ୍ସପେକ୍ଟର ମନୋଜ କୁମାର ବାରିକ, ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଟାଙ୍ଗୀ ଅବକାରୀ ସବ ଇନ୍ସପେକ୍ଟର ସୁନିତା ଦଳାଇ, ବାଣପୁର ଥାନା ଏଏସଆଇ ଶ୍ରୀନିବାସ ପ୍ରଧାନ ଏବଂ ଦୁଇ ସେକ୍ସନ ପୋଲିସ ଫୋର୍ସ ସାମିଲ ଥିଲେ । କିନ୍ତୁ ଦେଶୀ ମଦ ବେପାରୀ ଜଙ୍ଗଲର ସୁଯୋଗ ନେଇ ଘଟଣାସ୍ଥଳରୁ ଖସି ପଳାଇଥିଲେ । ଏହି ପରିପ୍ରେକ୍ଷୀରେ ଅବକାରୀ ବିଭାଗ ପିଆର ନମ୍ବର ୨୨ ଏବଂ ୮୨ ରେ ଦୁଇ ଗୋଟି ଦାବିହୀନ ମାମଲା ରୁଜୁ କରିଛି ।

Exit mobile version