ଟ୍ରକ ପଛରେ ପିଟିହେଲା ଆମ୍ବୁଲାନ୍ସ : ଜଣେ ମୃତ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ପାଲଲହଡା ଥାନା ୪୯ ନମ୍ବର ଜାତୀୟ ରାଜପଥର ମୁକ୍ତାପୁର ଛକ ନିକଟରେ ଛିଡା ହୋଇଥିବା ଟ୍ରକ ପଛରେ ଏକ ଆମ୍ବୁଲାନ୍ସ ଧକ୍କା ହେବାରୁ ଆମ୍ବୁଲାନ୍ସରେ ବସି ଯାଉଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ସୂଚନା ମୁତାବକ, ଘନ କୁହୁଡି ଯୋଗୁଁ ଘଟିଥିବା ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସରେ ଥିବା ମହାରାଷ୍ଟ୍ରର ଵିଶାଲ ଅହିର ନାମକ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମହାରାଷ୍ଟ୍ରର ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନର ଏହି ଆମ୍ବୁଲାନ୍ସଟି କଲିକତା ଯାଇ ମହାରାଷ୍ଟ୍ର ଫେରୁଥିବା ବେଳେ ଶନିବାର ବିଳମ୍ବିତ ରାତିରେ ମୁକ୍ତାପୁର ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ରାତିରେ କୁହୁଡି ଯୋଗୁଁ ମୁକ୍ତାପୁର ନିକଟରେ ଛିଡା ହୋଇଥିବା ଟ୍ରକ କୁ ଆମ୍ବୁଲାନ୍ସ ଡ୍ରାଇଭର ସ୍ପଷ୍ଟ ଭାବରେ ଦେଖି ନ ପାରିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି । ପାଲଲହଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ସମୟରେ ଆହତଙ୍କୁ ଅନୁଗୁଳ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

Leave a Reply

Your email address will not be published. Required fields are marked *